ଓଡ଼ିଶାରେ ୭୦ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (ଓଏନ୍ଏସ୍): ଆଜି ଭୁବନେଶ୍ୱରର ମହାତ୍ମା ଗାନ୍ଧି ମାର୍ଗରେ ୭୦ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଆୟୋଜିତ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜାତୀୟ ପତାକା ଉତ୍ତୋଳନ କରି ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରାଜଧାନୀରେ ୩୧ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଥିଲା। ସେହିପରି ଦୁଇ ୟୁନିଟ୍‌ ଏସ୍‌ଓଜି, କ୍ୟୁଆର୍ଟି , ଓସାଫ, ରାପିଡ୍‌ ଆକ୍ସନ ଫୋର୍ସ, ସନ୍ଧାନୀ କୁକୁର ଓ ସାଦା ପୋଷାକଧାରୀ ପୁଲିସ ନିୟୋଜିତ ହୋଇଥିଲେ। ପରେଡ଼ ସ୍ଥଳରେ ସିସି ଟିଭି କ୍ୟାମେରା ସହ ୧୫୦ରୁ ଅଧିକ ଏସ୍‌ଆଇ, ଏଏସ୍‌ଆଇ ଏବଂ ଇନ୍‌ସପେକ୍ଟରଙ୍କ ସହ ୧୯ ଜଣ ଡିଏସ୍‌ପି, ୯ ଅତିରିକ୍ତ ଡିସିପି ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ହୋଇଥିଲେ।

Leave a Reply

Your email address will not be published.